Masthead

ମରଶରୀରକୁ ଧରି ଫେରୁଛି ବାୟୁସେନାର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁଏତରେ ଭୟାବହ ଅଗ୍ନିକାଣ୍ଡ ଘଟଣା । ଭାରତ ଆସୁଛି କୁଏତ ଅଗ୍ନିକାଣ୍ଡର ୪୫ ଜଣ ମୃତକଙ୍କ ଶରୀର । ଯେଉଁଥିରେ ୨ ଜଣ ଓଡ଼ିଆଙ୍କ ଯାଇଛି ଜୀବନ। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। ଗତକାଲି ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ମୃତକଙ୍କ ଶରୀରକୁ ଭାରତ ଅଣାଯାଉଛି । ଆଜି ଏହି ବିମାନ ଆସି କେରଳରେ ପହଂଚିବ । ଏଥିପାଇଁ କେରଳ ବିମାନବନ୍ଦରରେ ଅନେକ ଗୁଡିଏ ଆମ୍ବୁଲାନ୍ସ ଅପେକ୍ଷାରେ ରହିଥିବା ଦେଖିବାକୁ ମିଳିଛି ।

କୁଏତ୍ ଭୀଷଣ ଅଗ୍ନିକାଣ୍ଡରେ ୪୫ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଛି । ଏକ ଆପାର୍ଟମେଣ୍ଟରେ ୧୯୬ଜଣ ରହୁଥିବା ବେଳେ ରୋଷେଇ ଘରୁ ନିଆଁ ଲାଗିଥିଲା । ଏଥିରେ ପ୍ରାୟ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କେରଳରୁ ୨୪ଜଣ, ତାମିଲନାଡୁ ୭ଜଣ, ଉତ୍ତରପ୍ରଦେଶ ଓ ଆନ୍ଧ୍ରପ୍ରଦେଶକୁ ୩ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

ତେବେ ମୃତଦେହକୁ ଭାରତ ଫେରାଇ ଆଣିବାକୁ ଭାରତୀୟ ଉଚ୍ଚଆୟୋଗଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏନେଇ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ସି-୧୩୦ଜେ ୪୫ ମତଦେହକୁ ଧରି କୋଚିଂ ଅଭିମୁଖେ ଉଡ଼ାଣ ଆରମ୍ଭ କରିଛି । ଏନେଇ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି । ଏହାଛଡ଼ା ବିଦେଶ ରାଜ୍ୟମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ମଧ୍ୟ ବିମାନରେ ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ