Masthead

ମରଶରୀରକୁ ଧରି ଫେରୁଛି ବାୟୁସେନାର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁଏତରେ ଭୟାବହ ଅଗ୍ନିକାଣ୍ଡ ଘଟଣା । ଭାରତ ଆସୁଛି କୁଏତ ଅଗ୍ନିକାଣ୍ଡର ୪୫ ଜଣ ମୃତକଙ୍କ ଶରୀର । ଯେଉଁଥିରେ ୨ ଜଣ ଓଡ଼ିଆଙ୍କ ଯାଇଛି ଜୀବନ। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। ଗତକାଲି ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ମୃତକଙ୍କ ଶରୀରକୁ ଭାରତ ଅଣାଯାଉଛି । ଆଜି ଏହି ବିମାନ ଆସି କେରଳରେ ପହଂଚିବ । ଏଥିପାଇଁ କେରଳ ବିମାନବନ୍ଦରରେ ଅନେକ ଗୁଡିଏ ଆମ୍ବୁଲାନ୍ସ ଅପେକ୍ଷାରେ ରହିଥିବା ଦେଖିବାକୁ ମିଳିଛି ।

କୁଏତ୍ ଭୀଷଣ ଅଗ୍ନିକାଣ୍ଡରେ ୪୫ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଛି । ଏକ ଆପାର୍ଟମେଣ୍ଟରେ ୧୯୬ଜଣ ରହୁଥିବା ବେଳେ ରୋଷେଇ ଘରୁ ନିଆଁ ଲାଗିଥିଲା । ଏଥିରେ ପ୍ରାୟ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କେରଳରୁ ୨୪ଜଣ, ତାମିଲନାଡୁ ୭ଜଣ, ଉତ୍ତରପ୍ରଦେଶ ଓ ଆନ୍ଧ୍ରପ୍ରଦେଶକୁ ୩ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

ତେବେ ମୃତଦେହକୁ ଭାରତ ଫେରାଇ ଆଣିବାକୁ ଭାରତୀୟ ଉଚ୍ଚଆୟୋଗଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏନେଇ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ସି-୧୩୦ଜେ ୪୫ ମତଦେହକୁ ଧରି କୋଚିଂ ଅଭିମୁଖେ ଉଡ଼ାଣ ଆରମ୍ଭ କରିଛି । ଏନେଇ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି । ଏହାଛଡ଼ା ବିଦେଶ ରାଜ୍ୟମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ମଧ୍ୟ ବିମାନରେ ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ