ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଏକ ଅଭାବନୀୟ ଘଟଣା । ଗାଁ କୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଝରାପାଳ ଗାଁରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ଗାଁକୁ ଆମ୍ବୁଲାନ୍ସ ଯାଇ ନପାରିବାରୁ ଖଟିଆରେ ଭରା ନାଳରେ ବୁହା ହେଲା ଦୁଇ ଭାଇଙ୍କର ମୃତ ଦେହ । ଦଦରାଘାଟି ଡ୍ୟାମ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଭାଇ ଗଣେଶ୍ୱର ସିଂହ ଓ ରଞ୍ଜନ ସିଂହଙ୍କ ମୃତ୍ୟୁ ଘଟିଥିଲା ।

ସୂଚନା ଅନୁସାରେ, ତିନିଜଣ ଏକ ବାଇକରେ ଘରକୁ ଫେରୁଥିବାବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଦୁର୍ଘଟଣାରେ ତିନିଜଣ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗଣେଶ୍ୱର ଓ ପରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିବାବେଳେ ଅଜୟ ମୁଣ୍ଡା ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।ତେବେ ମୃତଦେହ ଗାଁକୁ ଆଣିବା ସମୟରେ ଆଉ ଏକ ସମସ୍ୟା ସାମ୍ନାକୁ ଆସିଥିଲା। ବଗଛେରା ନାଳରେ ପାଣି ଭରିଥିବାରୁ ଆମ୍ବୁଲାନ୍ସ ଗାଁ ନିକଟକୁ ଯାଇପାରିନଥିଲା। ଫଳରେ ସମାଜସେବୀ ସମୀର ଚନ୍ଦ୍ର ସାହୁ ଓ ଗ୍ରାମବାସୀଙ୍କ ସହଯୋଗରେ ଖଟିଆରେ ମୃତଦେହ ବୋହି ଗାଁକୁ ନିଆଯାଇଥିଲା।ଏହି ଘଟଣା ପରେ ବର୍ଷା ଦିନରେ ଝରାପାଳ ଗାଁକୁ ଯାତାୟାତ ସୁବିଧା ଏବଂ ନାଳ ଉପରେ ଯାତାୟାତ ବ୍ୟବସ୍ଥା ନେଇ ପ୍ରଶ୍ନ ଉଠିଛି। ସେପଟେ ଦୁଇ ଭାଇଙ୍କର ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ