Masthead

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଧାମନଗର(ବଡ଼ ଖବର ବ୍ୟୁରୋ): ବନ୍ୟାଜଳରେ ଭାସିଯାଇ ଯୁବକ ନିଖୋଜ ଘଟଣା । ମିଳିଲା ଯୁବକଙ୍କ ମୃତଦେହ । ଗତକାଲି ଅଗ୍ନିଶମ ବାହିନୀ ବହୁ ଖୋଜା ଖୋଜି ପରେବି ଯୁବକଙ୍କ କୌଣସି ପତ୍ତା ମିଳିନଥିଲା । ଆଜି ସକାଳୁ ମୃତଦେହ ଘୁସୁରା ପାଖ ବିଲରେ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛନ୍ତି ।

ସୂଚନା ଅନୁସାରେ ଗତକାଲି ସଞ୍ଜୀବ ପଣ୍ଡା ନାମକ ଜଣେ ଯୁବକ ନିଜ ବାଇକରେ ଭଦ୍ରକରୁ ନିଜ ଘର ଯାଜପୁରକୁ ଫେରୁଥିଲେ । ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ରାସ୍ତା ହରିହଂସ ଘୁସୁରା ନିକଟରେ ପ୍ରଖର ସୁଅରେ ଭାସି ଯାଇ ଥିଲେ । ଆଜି ତାଙ୍କ ମୃତଦେହ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ