ବଲାଙ୍ଗିର ଭଦ୍ରାପାଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଭଦ୍ରାପାଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ୱର୍ ଜାତୀୟ ରାଜପଥ ଭଦ୍ରାପାଲି ତୋଲଗେଟ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି ଅଜଣା ଗାଡ଼ି ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ହେଲେ ମୃତ ଯୁବକଙ୍କ ପରିଚୟ ଏଯାଏଁ ମିଳି ପାରି ନାହିଁ। ତେବେ କେଉଁ ଗାଡ଼ି ତାଙ୍କୁ ଧକ୍କା ଦେଲା ଓ ଦୁର୍ଘଟଣା ଘଟାଇଲା ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ। ଅନ୍ୟପଟେ ଦୁର୍ଘଟଣାରେ ମୃତ୍ୟୁ ନେଇ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ଲାଗି ରହିଛି।

ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଧରିବାକୁ ଦାବି ହୋଇଛି। ଖବର ପାଇ ପୁଇନ୍ତଲା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଶବକୁ ଉଦ୍ଧାର କରି ଅଧିକ ତଦନ୍ତ ଜାରି ରଖିଛି। ତା ସହ ଆନ୍ଦୋଳନ କରୁଥିବା ଲୋକଙ୍କ ସହ ପୋଲିସ୍ ଆଲୋଚନା ଜାରି ରଖିଛି। ଦୁଇ ଯୁବକ ସୋନପୁର ପଟୁ ଏକ ବାଇକରେ ବଲାଙ୍ଗୀର ଆସୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି। ମୃତ ଯୁବକଙ୍କ ମୋବାଇଲ ଓ ଅନ୍ୟ ସାମଗ୍ରୀରୁ ତାଙ୍କ ପରିଚୟ ଖାଜିବା ଆରମ୍ଭ କରିଛି ପୋଲିସ। ସୂଚନାଯୋଗ୍ୟ ଯେ, ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଶତାଧିକ ଲୋକଙ୍କ ପ୍ରାଣହାନୀ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’