Masthead

ବଲାଙ୍ଗିର ଭଦ୍ରାପାଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଭଦ୍ରାପାଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ୱର୍ ଜାତୀୟ ରାଜପଥ ଭଦ୍ରାପାଲି ତୋଲଗେଟ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି ଅଜଣା ଗାଡ଼ି ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ହେଲେ ମୃତ ଯୁବକଙ୍କ ପରିଚୟ ଏଯାଏଁ ମିଳି ପାରି ନାହିଁ। ତେବେ କେଉଁ ଗାଡ଼ି ତାଙ୍କୁ ଧକ୍କା ଦେଲା ଓ ଦୁର୍ଘଟଣା ଘଟାଇଲା ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ। ଅନ୍ୟପଟେ ଦୁର୍ଘଟଣାରେ ମୃତ୍ୟୁ ନେଇ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ଲାଗି ରହିଛି।

ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଧରିବାକୁ ଦାବି ହୋଇଛି। ଖବର ପାଇ ପୁଇନ୍ତଲା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଶବକୁ ଉଦ୍ଧାର କରି ଅଧିକ ତଦନ୍ତ ଜାରି ରଖିଛି। ତା ସହ ଆନ୍ଦୋଳନ କରୁଥିବା ଲୋକଙ୍କ ସହ ପୋଲିସ୍ ଆଲୋଚନା ଜାରି ରଖିଛି। ଦୁଇ ଯୁବକ ସୋନପୁର ପଟୁ ଏକ ବାଇକରେ ବଲାଙ୍ଗୀର ଆସୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି। ମୃତ ଯୁବକଙ୍କ ମୋବାଇଲ ଓ ଅନ୍ୟ ସାମଗ୍ରୀରୁ ତାଙ୍କ ପରିଚୟ ଖାଜିବା ଆରମ୍ଭ କରିଛି ପୋଲିସ। ସୂଚନାଯୋଗ୍ୟ ଯେ, ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଶତାଧିକ ଲୋକଙ୍କ ପ୍ରାଣହାନୀ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ