Masthead

ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ । ବାରମ୍ବାର ଅଭିଯୋଗ ପରେ ମଧ୍ୟ କେହି ଦୃଷ୍ଟି ଦେଉ ନଥିବା ଅଭିଯୋଗ ହୋଇଛି । କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବିଡିଓ ଓ ଅଧ୍ୟକ୍ଷ । ଶେଷରେ ବାଧ୍ୟ ହୋଇ ଲୋକେ ପୁଇଁତଳା ବ୍ଲକରେ ତାଲା ମାରି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଅଭିଯୋଗ ଅନୁସାରେ ଦୀର୍ଘ ବର୍ଷ ହେଲା ନାରାୟଣ କଲୋନୀରେ ଲୋକେ ବହୁ ଅସୁବିଧାରେ ରହୁଛନ୍ତି । ଘର ଭାଙ୍ଗିବାକୁ ବସିଥିବା ବେଳେ ବିଜୁଳି ସମସ୍ୟା ମଧ୍ୟ କହିଲେ ନସରେ । ଏନେଇ ବ୍ଲକ୍ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ସେପଟେ କଲୋନୀର ଲୋକେ ଅସୁବିଧାରେ ରହୁଥିବା କଥାକୁ ସ୍ୱୀକାର କରିଛନ୍ତି ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ । ସମସ୍ତ ସମସ୍ୟାର ସମାଧାନ କରିବା ପାଇଁ ପଦକ୍ଷେପ ନିଆଯାଉଥିବା ମଧ୍ୟ ସେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା