Masthead

ବାଲି ବୋଝେଇ ଡମ୍ପର ପଛରୁ ଧକାଦେଲା ବରଯାତ୍ରୀ ବୋଲେରୋ, ୭ ଗୁରୁତର

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ଥାନା ଦହିସଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବରଯାତ୍ରୀ ଧରି ଫେରୁଥିବା ଏକ ବୋଲେରୋ ଏକ ବାଲି ବୋଝେଇ ଡମ୍ପରକୁ ପଛରୁ ପିଟିବାରୁ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି। ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାରଦୀପା ଗ୍ରାମର ୯ ଜଣ ବରଯାତ୍ରୀଙ୍କୁ ନେଇ କଟକରୁ ପାରଦୀପା ଗ୍ରାମକୁ ଫେରୁଥିବା ବେଳେ ଏହି ସ୍ଥାନରେ ଏକ ବାଲି ବୋଝେଇ ଡମ୍ପର ରାସ୍ତା ଉପରେ ଛିଡା ହୋଇଥିବା ବେଳେ ବୋଲେରୋଟି ଡମ୍ପର ପଛରୁ ଧକା ଦେଇଥିଲା।

ଫଳରେ ବୋଲେରୋରେ ଥିବା ୯ ଜଣଙ୍କ ମଧ୍ୟରୁ ୭ ଜଣ ଗୁରୁତ୍ତର ଆହତ ହୋଇଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଖବରପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରି ଥାନାକୁ ଆଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ