Masthead

ବାଲି ବୋଝେଇ ଡମ୍ପର ପଛରୁ ଧକାଦେଲା ବରଯାତ୍ରୀ ବୋଲେରୋ, ୭ ଗୁରୁତର

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ଥାନା ଦହିସଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବରଯାତ୍ରୀ ଧରି ଫେରୁଥିବା ଏକ ବୋଲେରୋ ଏକ ବାଲି ବୋଝେଇ ଡମ୍ପରକୁ ପଛରୁ ପିଟିବାରୁ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି। ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାରଦୀପା ଗ୍ରାମର ୯ ଜଣ ବରଯାତ୍ରୀଙ୍କୁ ନେଇ କଟକରୁ ପାରଦୀପା ଗ୍ରାମକୁ ଫେରୁଥିବା ବେଳେ ଏହି ସ୍ଥାନରେ ଏକ ବାଲି ବୋଝେଇ ଡମ୍ପର ରାସ୍ତା ଉପରେ ଛିଡା ହୋଇଥିବା ବେଳେ ବୋଲେରୋଟି ଡମ୍ପର ପଛରୁ ଧକା ଦେଇଥିଲା।

ଫଳରେ ବୋଲେରୋରେ ଥିବା ୯ ଜଣଙ୍କ ମଧ୍ୟରୁ ୭ ଜଣ ଗୁରୁତ୍ତର ଆହତ ହୋଇଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଖବରପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରି ଥାନାକୁ ଆଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା