ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ସମ୍ବଲପୁର ଜିଲ୍ଲାପାଳଙ୍କ ନିବେଦନ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସହରର ପୀରବାବା ଛକରେ ବୋମାମାଡ଼ ଘଟଣାର ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି । ବୋମାମାଡ ଘଟଣାରେ ଗୋଟିଏ ବୁଲେଟ ମୋଟରସାଇକେଲ କ୍ଷତିଗସ୍ତ ହୋଇଛି । ଖବରପାଇ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ, ଏସପି ମୁକେଶ ଭାମୁଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ପହଞ୍ଚିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ସେଠାରେ ଲୋକଙ୍କ ଭିଡ ଲାଗିଥିଲା ।

ପୋଲିସ ଲୋକମାନଙ୍କୁ ବୁଝାବୁଝା କରି ପରିସ୍ଥିତି ସ୍ୱାଭାବିକ କରିବାକୁ ଉଦ୍ୟମ କରିଛି । ପରେ ଜିଲ୍ଲାପାଳ ଓ ଉତ୍ତରାଞ୍ଚଳ ଆରଡିସି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ଘଟଣାସ୍ଥଳରେ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ବିଭିନ୍ନ ଥାନାର ଅଧିକାରୀ ଉପସ୍ଥିତ ଅଛନ୍ତି । ତା’ସହ ସିଆପିଏଫକୁ ବି ମୁତୟନ କରାଯାଇଛି । ତେବେ ଏଭଳି ଅପ୍ରତ୍ୟାଶିତ କାଣ୍ଡ କିଏ ଓ କାହିଁକି କରିଛି ତାହା ସ୍ପଷ୍ଟ ହୋଇନି । ଆଖପାଖ ଅଞ୍ଚଳରେ ଥିବା ସିସିଟିଭି ଫୁଟେଜକୁ ପୋଲିସ ଯାଞ୍ଚ କରୁଛି । ନିକଟରେ ଥିବା ଓଭରବ୍ରିଜ ଉପରୁ ଥାଇ ତଳକୁ କେହି ବୋମା ଫିଙ୍ଗିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ଜନସାଧାରଣଙ୍କୁ କୌଣସି ପ୍ରକାର ଗୁଜବକୁ ବିଶ୍ୱାସ ନକରି ପୋଲିସ ପ୍ରଶାସନକୁ ସହଯୋଗ କରିବା ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ସମ୍ବଲପୁର ଜିଲ୍ଲାପାଳ ନିବେଦନ କରିଛନ୍ତି ।

ଦରକାର ପଡିଲେ ଘଟଣା ସ୍ଥଳରେ ୧୪୪ ଧାରା ଲାଗୁ କରା ଯାଇପାରେ ବୋଲି ଜିଲ୍ଲାପାଳ କହିଛନ୍ତ । ସେପଟେ ବୋମାମାଡରେ ଆହତ ୩ଜଣଙ୍କ ମଧ୍ୟରୁ ୨ଜଣ ମେଡିକାଲରୁ ଡିସଚାର୍ଜ ହୋଇସାରିଥିବା ବେଳେ ଜଣେ ଏବେ ମଧ୍ୟ ଚିକିତ୍ସିତ ହେଉଛନ୍ତି । ସମ୍ବଲପୁରର ପିରବାବା ଛକରେ ମଙ୍ଗଳବାର ବୋମାମାଡ ହୋଇଥିବା ଅଭିଯୋଗ ହୋଇଥିଲା । ଏଥିରେ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି, ଏହି ବୋମାମଡରେ ଗୋଟିଏ ବୁଲେଟ ଗାଡି ମଧ୍ୟ ପୋଡିଯାଇଛି । ପୀରବାବ ଫ୍ଲାଏଓଭର ଉପରୁ ବୋମାମାଡ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ବୋମାମାଡ ପଛରେ ପୂର୍ବଶତ୍ରୁତା ନା ଅନ୍ୟ କିଛି କାରଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଉତରାଂଚଳ ଆଇଜି ହିମାଂଶୁଲାଲ, ଏସପି ମୁକେଶ ଭାମୁ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କୁ ବୁଝାସୁଝା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ