Masthead

ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମୁମ୍ବାଇ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ଆସିଲା ଧମକ । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା ଧମକରେ କୁହାଯାଇଛି। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର ସିଆଇଏସ୍‌ଏଫ୍‌ କଣ୍ଟ୍ରୋଲ ରୁମ୍‌କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍‌ କଲ ଆସିଛି। ଏହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ମୁମ୍ବାଇ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି।

ସେପଟେ ଧମକ ମିଳିବା ପରେ ତୁରନ୍ତ ସିଆଇଏସ୍‌ଏଫ୍‌ ଟିମ୍‌ ଆକ୍ସନ ମୁଡ୍‌କୁ ଆସିଛି। ଏନେଇ ସହାର ପୁଲିସ ଷ୍ଟେସନକୁ ଆଲର୍ଟ କରିଛି। ଏହାପରେ ପୁଲିସର ଏକ ଟିମ୍‌ ବିମାନବନ୍ଦରରେ ନିୟୋଜିତ କରାଯାଇଛି। ବିମାନ ବନ୍ଦରର ତନ୍ନ ତନ୍ନ କରି ଯାଞ୍ଚ ଚାଲିଛି। ସୂଚନାନୁସାରେ, କଲର୍ କୌଣସି ନିର୍ଦ୍ଦିଷ୍ଟ ବିମାନ ବିଷୟରେ ଉଲ୍ଲେଖ କରିନଥିଲେ। ବୁଧବାର ହଠାତ୍ ମଧ୍ୟାହ୍ନ ପ୍ରାୟ ୩ଟା ସମୟରେ ଏହି ଧମକପୂର୍ଣ୍ଣ କଲ୍‌ ଆସିଥିଲା। ଏହା ପରେ ଅଧିକାରୀମାନେ ଏହି ଫୋନ୍‌ କଲ୍‌ର ଯାଞ୍ଚ ଆରମ୍ଭ କରିଥିଲେ। କିଏ ଏହି ଧମକପୂର୍ଣ୍ଣ ଫୋନ୍‌ କଲ୍ କରିଥିଲା ସେ ନେଇ ତଦନ୍ତ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା!