ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବୋମ୍ମାଇ

(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ । ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ। ବାସବରାଜ କର୍ଣ୍ଣାଟକ ରାଜନୀତିର ଜଣେ ବରିଷ୍ଠ ନେତା। ବୁଧବାର ଶପଥ ଗ୍ରହଣ ସମାରୋହରେ କର୍ଣ୍ଣାଟକ ବିଜେପିର ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିଥିଲେ ।

ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ବାସବରାଜଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଥିଲା । କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ.ଆର. ବୋମାଇଙ୍କ ପୁତ୍ର ହେଉଛନ୍ତି ବାସବରାଜ୍ । ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ବାସବରାଜ ହିଁ ଥିଲେ ଏକ ମାତ୍ର ପ୍ରତିଦ୍ୱନ୍ଦ୍ୱି । ଲିଙ୍ଗାୟତ ସମ୍ପ୍ରଦାୟରୁ ଆସିଥିବାରୁ ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ସମର୍ଥନ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ