Masthead

କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ବକ୍ସର ବିଜେନ୍ଦର ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଣ୍ଡ ଉପରେ ନିର୍ବାଚନ। ଏହି ସମୟରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟ୍‌କା। ବକ୍ସର ବିଜେନ୍ଦ୍ର ସିଂ ହାତ ଛାଡି ପଦ୍ମ ଧରିଛନ୍ତି। ଭାରତୀୟ ଜନତା ପାର୍ଟି ମୁଖ୍ୟାଳୟରେ ବିଜେପି ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ୍‌ ହୋଇଛନ୍ତି। ବିଜେପିରେ ଯୋଗ ଦେବା ପରେ ବିଜେନ୍ଦର କହିଛନ୍ତି. ମୋର ଘରବାହୁଡା ହୋଇଛି । ବହୁତ ଭଲ ଲାଗୁଛି । ବିଜେପି ସରକାର ଯେବେଠାରୁ ଆସିଛି ଦେଶ ଓ ବିଦେଶରେ ଖେଳାଳୀଙ୍କର ମାନ ସମ୍ମାନ ବୃଦ୍ଧି ପାଇଛି ।

ମୁଁ ପୂର୍ବ ଭଳି ବିଜେନ୍ଦର ହିଁ ରହିବି । ଠିକ କଥାକୁ ଠିକ୍ କହିବି ଏବଂ ଭୁଲକୁ ଭୁଲ କହିବାରେ ଟିକିଏ ବି କୁଣ୍ଠାବୋଧ କରିବିନି । ବିଜେନ୍ଦର ସିଂ ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଯୋଗ ଦେବା ସହ ନିର୍ବାଚନ ଲଢିଥିଲେ । ବିଜେପି ପ୍ରାର୍ଥୀଙ୍କ ଠାରୁ ବହୁ ଭୋଟରେ ପରାଜିତ ହୋଇଥିଲେ ବିଜେନ୍ଦର । ତେବେ ବିଜେପିରେ ମିଶିବା ପରେ ଦଳ ତାଙ୍କୁ ପ୍ରାର୍ଥୀ କରିପାରେ । ଉତ୍ତରପ୍ରଦେଶର ମଥୁରାରୁ ବିଜେନ୍ଦର ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ତେବେ ବିଜେପିରେ ମିଶିଥିଲେ ମଧ୍ୟ ପ୍ରାର୍ଥୀ ହେବା ନେଇ କୌଣସି ସ୍ପଷ୍ଟ ସଂକେତ ଦେଇନାହାନ୍ତି ବିଜେନ୍ଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ