Masthead

ଭୁବନେଶ୍ୱର କଲ୍ୟାଣ ମଣ୍ଡପରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):     ରାଜଧାନୀ ଭୁବନେଶ୍ୱର ପଟିଆ ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ଏଠାକାର ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କୁ ଟଙ୍କା ପାଇଁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି ।

ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ କରୁଛି । ଉଦ୍ଧାର ହୋଇଥିବା ମୃତ ଯୁବକଙ୍କ ନାଁ ପ୍ରକାଶ ବଳ । ତାଙ୍କ ଘର ଯାଜପୁର ଅଞ୍ଚଳରେ । ଭୁବନେଶ୍ୱରର ଏକ କଲ୍ୟାଣ ମଣ୍ଡପରେ ସେ ଇଭେଣ୍ଟ ମ୍ୟାନଜର ଭାବରେ କାର୍ଯ୍ୟ କରୁଥୁଲେ । ଶୁକ୍ରବାର ତାଙ୍କ ଝୁଲନ୍ତା ମୃତ ଦେହ କଲ୍ୟାଣ ମଣ୍ଡପରୁ ଉଦ୍ଧାର କରାଯାଇଥିଲା । ତେବେ ଘଟଣାରେ ତାଙ୍କ ପରିବାର ଲୋକେ କହିଛନ୍ତି, କିଛିଦିନ ତଳେ ସେ ୩୦ ହଜାର ଟଙ୍କା ମାଗିଥିଲେ । ପରିବାର ଲୋକେ ପଚାରିବାରୁ ପ୍ରକାଶ କହିଥିଲେ ଯେ ସେ ୩୦ ହଜାର ଟଙ୍କା ଧାର କରିଥିଲେ ଓ ସେମାନେ ତାଙ୍କୁ ମାରିଦେବାକୁ ଧମକ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ