Masthead

ସାଲିଆ ସାହିରେ ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ ପହଞ୍ଚି ବିପୁଳ ପରିମାଣର ପୋଚ ଜବତ କରିବା ସହ ନଷ୍ଟ କରିଛି। ତେବେ ଗତ ୨୬ ତାରିଖରେ ମୁଣ୍ଡା ସାହିରେ ଅବକାରୀ ବିଭାଗ ଚୋରା ମଦ ଭାଟି ଠାବ କରିବା ସହ ବ୍ୟାପକ ପରିମାଣର ପୋଚ ଓ ମଦ ନଷ୍ଟ କରିଥିଲା ।

ଅବକାରୀ କମିସନର ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଚଢାଉକୁ ବ୍ୟାପକ କରାଯାଇଥିଲା। ଘର ଭିତରେ ସୁଡଙ୍ଗ କରି ତିଆରି ହେଉଥିଲା ମଦ। ଏହାପୂର୍ବରୁ ମଧ୍ୟ ସାଲିଆ ସାହିରେ ଚଢାଉ କରି ତିନୋଟି ବେଆଇନ ମଦ ଭାଟିକୁ ନଷ୍ଟ କରିଥିଲା ପୁଲିସ। ଚଢାଉ ବେଳେ ମଧ୍ୟ ହଜାର ହଜାର ଲିଟର ଦେଶୀ ମଦ ଜବତ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା