Masthead

ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରରେ ଆୟୋଜିତ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କର ତ୍ରୟୋଦଶ ବୈଠକରେ ଭାରତ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଉଚ୍ଚଶିକ୍ଷା, ଉଦ୍ଭାବନ ଓ ଗବେଷଣା କ୍ଷେତ୍ରରେ ଆନ୍ତର୍ଜାତିକ ସହଯୋଗ ବଢ଼ାଇବାକୁ ଭାରତ ପଦକ୍ଷେପ ନେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି। ସେ କହିଛନ୍ତି, ଇଣ୍ଡୋନେସିଆ, ଇରାନ ଓ ଦକ୍ଷିଣ ଆଫ୍ରିକା ସହ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଭାରତ ପ୍ରତିବଦ୍ଧ।

ସେ କହିଛନ୍ତି, ନୂତନ ଶିକ୍ଷା ନୀତିର ଲକ୍ଷ୍ୟକୁ ସାକାର କରିବା ସହ ଗବେଷଣା, ନବସୃଜନ ଓ ପ୍ରଯୁକ୍ତିଭିତ୍ତିକ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦେଶ ସହ ମିଳିତ ପଦକ୍ଷେପ ଗ୍ରହଣ କରାଯିବ। ଏହି ବୈଠକରେ ଇଣ୍ଡୋନେସିଆ, ଇରାନ ଓ ଦକ୍ଷିଣ ଆଫ୍ରିକାର ପ୍ରତିନିଧିମାନଙ୍କ ସହ ଫଳପ୍ରଦ ଆଲୋଚନା ହୋଇଥିବା ମଧ୍ୟ ସେ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଅନୁସାରେ, ଛାତ୍ରଛାତ୍ରୀଙ୍କ ଆଦାନ-ପ୍ରଦାନ, ଯୁଗ୍ମ ଗବେଷଣା ପ୍ରକଳ୍ପ, ଉଚ୍ଚଶିକ୍ଷା ଅନୁଷ୍ଠାନ ମଧ୍ୟରେ ସହଭାଗିତା ଏବଂ ନବସୃଜନ କ୍ଷେତ୍ରରେ ସମନ୍ୱୟକୁ ଆଗାମୀ ଦିନରେ ଅଧିକ ଗୁରୁତ୍ୱ ଦିଆଯିବ।

ବ୍ରିକ୍ସ ମଞ୍ଚ ମାଧ୍ୟମରେ ଶିକ୍ଷା କ୍ଷେତ୍ରରେ ବିଶ୍ୱସ୍ତରୀୟ ସହଯୋଗ ବୃଦ୍ଧି କରିବା ଦିଗରେ ଭାରତର ଏହି ପଦକ୍ଷେପକୁ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ବୈଠକ ମାଧ୍ୟମରେ ସଦସ୍ୟ ଦେଶମାନଙ୍କ ମଧ୍ୟରେ ଜ୍ଞାନ ବିନିମୟ ଓ ଶିକ୍ଷାଗତ ସମ୍ପର୍କ ଆହୁରି ମଜବୁତ ହେବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ