Masthead

ନଭେମ୍ବର ୧୭ରେ ମୋଦୀ-ଜିନପିଙ୍ଗ ମୁହାଁମୁହିଁ

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ) : ନଭେମ୍ବର ୧୭ରେ ଅନୁଷ୍ଠିତ ହେବ ବ୍ରିକ୍ସ ସମ୍ମିଳନୀ । ଦ୍ୱାଦଶ ବ୍ରିକ୍ସ ସମ୍ମିଳନୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେବ । ଭାରତରେ ଥିବା ରୁଷ୍ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବ୍ରିକ୍ସ ଦେଶର ନେତାଙ୍କ ବୈଠକରେ ‘ଗ୍ଲୋବାଲ୍ ସ୍ଥିରତା, ସୁରକ୍ଷା ଏବଂ ନୂତନ ବିକାଶ ପାଇଁ ବ୍ରିକ୍ସ ସହଭାଗୀତା’ ସମ୍ପର୍କରେ ଆଲୋଚନା ହେବ ।

ଭାରତ ଏବଂ ଚୀନ୍ ମଧ୍ୟରେ ତିକ୍ତତା ଲାଗି ରହିଛି। ଦୁଇ ଦେଶ ମଧ୍ୟରେ ତିକ୍ତତା ହ୍ରାସ କରିବାକୁ ଉଦ୍ୟମ ଚାଲିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ୧୭ ନଭେମ୍ବରରେ ବ୍ରିକ୍ସ ବୈଠକରେ ମୁହାଁମୁହିଁ ହୋଇପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦୁଇ ନେତା ପରସ୍ପରକୁ ଭେଟିବେ।

ପାଞ୍ଚଟି ଦେଶ ବ୍ରାଜିଲ, ୠଷ, ଭାରତ, ଚୀନ୍ ଏବଂ ଦକ୍ଷିଣ ଆଫ୍ରିକାର ମୁଖ୍ୟମାନେ ହିଁ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ । ୨୦୨୦ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ସେଣ୍ଟ ପିଟର୍ସବର୍ଗରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ପୂର୍ବରୁ ଚୂଡାନ୍ତ ହୋଇଥିଲା । କିନ୍ତୁ କରୋନା ମହାମାରୀ ହେତୁ ଏହାକୁ ସ୍ଥଗିତ ରଖାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା