Masthead

ଯୌତୁକ ଜନିତ ବଧୂହତ୍ୟା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଥମୁନି ଯୌତୁକ ଜନିତ ବଧୂହତ୍ୟା । ଯୌତୁକ ପାଇଁ ମଣିଷ ପାଲଟି ଯାଉଛି ସଇତାନ । ଯୌତୁକ ନିର୍ଯାତନା ସହିନପାରି ବିଷ ପିଇ ଆତ୍ମହତ୍ୟା କରିଛନ୍ତି ବଧୂ । ଜଗତସିଂହପୁର ଜିଳ୍ଳା ନାଉଗାଁ ଥାନା ଭଟଣା ଗ୍ରାମରେ ଘଟିଛି ଏଭଳି ଘଟଣା । ଏହି ଗ୍ରାମରେ ପୂଜା ରାଣୀ ଲେଙ୍କା ସେହି ଗ୍ରାମର ଭିକାରି ଲେଙ୍କାକୁ ୧୩ ବର୍ଷ ପୂର୍ବେ ବିବାହ କରିଥିଲେ ।

ବିବାହର କିଛି ଦିନ ପରେ ପୂଜାଙ୍କର ଏକ କନ୍ୟା ସନ୍ତାନ ଓ ଏକ ପୁତ୍ର ସନ୍ତାନ ହୋଇଥିଲା । ତେବେ କିଛି ଦିନ ପରେ ଭିକାରି ଲେଙ୍କା ଓ ତାଙ୍କ ପରିବାର ଲୋକେ ବାରମ୍ବାର ଅଧିକ ଯୌତୁକ ଟଙ୍କା ଦାବିକରି ବୋହୁ ପୂଜାରାଣୀ ଲେଙ୍କାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ଯାହାକୁ ସହିନପାରି ପୂଜାରାଣୀ ତାଙ୍କ ଭଟଣା ଗ୍ରାମରେ ଥିବା ବାପା ଘରକୁ ଚାଲି ଆସୁଥିଲେ । କିନ୍ତୁ ବାରମ୍ବାର ଏପରି ଘଟଣା ଘଟିବାରୁ ଏହାକୁ ଆଉ ସହ୍ୟ ନକରିପାରି ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଥିଲେ ।

ଯାହା ଜାଣିବା ପରେ ବାପା ଘର ଲୋକେ ପୂଜାରାଣୀଙ୍କୁ ଉଦ୍ଧାର କରି ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ଆସିବା ପରେ ଡାକ୍ତର ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ । କିନ୍ତୁ ପୂଜାରାଣୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ଡାକ୍ତର ସୂଚନା ଦେଇଥିଲେ । ତେବେ ଏହି ଘଟଣାକୁ ଆଧାର କରି ପରିବାର ପକ୍ଷରୁ ଏକ ଲିଖିତ ଅଭିଯୋଗ ନାଉଗାଁ ପୋଲିସ ଷ୍ଟେସନରେ କରାଯାଇଥିବା ବେଳେ ଘଟଣା ସ୍ଥଳରେ ନାଉଗାଁ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହିତ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି