Masthead

ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ । କାଙ୍ଗୁରୁକୋଣ୍ଡା ପୋଲ ଉପରେ ଚାରି ରୁ ପାଞ୍ଚ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ 326 ନମ୍ବର ଜାତୀୟ ରାଜପଥର ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ହାଇଦ୍ରାବାଦ ରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଫେରୁଥିବା ବସ ଗୁଡିକ କାଙ୍ଗୁରୁକୋଣ୍ଡା ଠାରେ ଅଟକି ରହିଛି ।

ସେପଟେ ପୁଣି ପାହାଡ଼ରୁ ଧସିଲା ମାଟି ଅତଡ଼ା । ଅବରୋଧ ହେଲା ରାସ୍ତା । ନାଲକୋ ଖଣି ଅଞ୍ଚଳର ପାହାଡ଼ ତଳେ ଥିବା ୨ଟି ଗାଁ, ତଳରଙ୍ଗପାଣି ଓ ଉପର ରଙ୍ଗପାଣିକୁ ଗମନାଗମନ ବାଧାପ୍ରାପ୍ତ ହୋଇଛି । କୁକୁଡ଼ାସିଲ୍ ଓ ରଙ୍ଗପାଣି ରାସ୍ତାରେ ଧସିଛି ମାଟି ଅତଡ଼ା । କେବଳ ବାଇକ୍ ଯାତାୟାତ ହେଉଥିବା ବେଳେ ୪ ଚକିଆ ଯାନ ଯିବାଆସିବା ବନ୍ଦ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ