Masthead

ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ । କାଙ୍ଗୁରୁକୋଣ୍ଡା ପୋଲ ଉପରେ ଚାରି ରୁ ପାଞ୍ଚ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ 326 ନମ୍ବର ଜାତୀୟ ରାଜପଥର ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ହାଇଦ୍ରାବାଦ ରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଫେରୁଥିବା ବସ ଗୁଡିକ କାଙ୍ଗୁରୁକୋଣ୍ଡା ଠାରେ ଅଟକି ରହିଛି ।

ସେପଟେ ପୁଣି ପାହାଡ଼ରୁ ଧସିଲା ମାଟି ଅତଡ଼ା । ଅବରୋଧ ହେଲା ରାସ୍ତା । ନାଲକୋ ଖଣି ଅଞ୍ଚଳର ପାହାଡ଼ ତଳେ ଥିବା ୨ଟି ଗାଁ, ତଳରଙ୍ଗପାଣି ଓ ଉପର ରଙ୍ଗପାଣିକୁ ଗମନାଗମନ ବାଧାପ୍ରାପ୍ତ ହୋଇଛି । କୁକୁଡ଼ାସିଲ୍ ଓ ରଙ୍ଗପାଣି ରାସ୍ତାରେ ଧସିଛି ମାଟି ଅତଡ଼ା । କେବଳ ବାଇକ୍ ଯାତାୟାତ ହେଉଥିବା ବେଳେ ୪ ଚକିଆ ଯାନ ଯିବାଆସିବା ବନ୍ଦ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ