ଜମି ପାଇଁ ଭାଇକୁ ହାଣିଲା ଭାଇ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଜମିବାଡ଼ିକୁ କେନ୍ଦ୍ର କରି ଆକ୍ରମଣ । ଭାଇକୁ ହାଣିଲା ଭାଇ । ଏଭଳି ଲୋମହର୍ଷଣକାରୀ ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ସଦର ଥାନା କାଲସାଏପାଲିରେ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଶତ୍ରୁଘ୍ନ କାଳସାଏ ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସଂପର୍କୀୟମାନେ ଲୁହାରଡରେ ଆକ୍ରମଣ କରିଥିଲେ ।

ଫଳରେ ଶତ୍ରୁଘ୍ନଙ୍କ ମୁଣ୍ଡ ଫାଟିବା ସହ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କର ସ୍ୱାସ୍ଥ୍ୟଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଏନେଇ ସଦର ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!