Masthead

ଭାଇକୁ ଭୁଜାଲି ଭୁଷିଲା ଭାଇ

ଘରୋଇ କଳହର ଉଗ୍ରରୂପ

ଜଳେଶ୍ଵର(ବଡ଼ ଖବର ବ୍ୟୁରୋ); ଘରୋଇ କଳହରୁ ସାନ ଭାଇକୁ ଭୁଜାଲି ଭୂଷିଲା ବଡ଼ ଭାଇ ।ମିଳିଥିବା  ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ତାଳସାରି ଥାନା ଅନ୍ତର୍ଗତ ସାନଡଭା ଗ୍ରାମର ଦୁଇଭାଇ ସନ୍ତୋଷ ସାହୁ ଏବଂ ସଞ୍ଜୟ ସାହୁ  ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଉପୁଜି ଥିଲା ।

ଯାହା ଫଳରେ ଆଜି ବଡ଼ ଭାଇ ସନ୍ତୋଷ ଉତ୍‌କ୍ଷିପ୍ତ ହୋଇ ସାନ ଭାଇ ସଞ୍ଜୟଙ୍କ ଛାତିରେ,ଜଙ୍ଘର,ପେଟରେ ପ୍ରାୟ ୧୦ରୁ ଉର୍ଦ୍ଧ୍ୱ ଥର ଛୁରା ମାଡ଼ କରିଥିଲେ । ଘଟଣା ସ୍ଥଳରେ ସଞ୍ଜୟ ଟଳି ପଡିଥିବା ବେଳେ ସ୍ଥାନୀୟ ଲୋକ ମାନେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ ହେବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରାଯାଇଛି । ଘଟଣାର ଅଧିକ ତଦନ୍ତ କରୁଛି ତାଳସାରି ମେରାଇନ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ