Masthead

ଆଜିଠୁ ମାଟ୍ରିକ ଖାତାଦେଖା, ୫୫ଟି କେନ୍ଦ୍ରରେ ମୂଲ୍ୟାୟନ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ୫୫ଟି କେନ୍ଦ୍ରରେ ମୂଲ୍ୟାୟନ କରାଯିବ । ଖାତା ଦେଖା ପାଇଁ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ଏହାସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଷଦ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପରେ କେନ୍ଦ୍ରରୁ ଅନଲାଇନରେ ମାର୍କ ପୋଷ୍ଟିଂ କରାଯିବ । ଖାତାଦେଖା କାମ ୧୦ରୁ ୧୨ ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି । ଚଳିତବର୍ଷ ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପାଇଁ ମୋଟ୍ ୫ ଲକ୍ଷ ୪୧ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ