Masthead

ନଜର ପକାନ୍ତୁ କେଉଁ ବିଭାଗକୁ କେତେ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡେ ୱାନରୁ ହଙ୍ଗାମା । ବାଚସ୍ପତିଙ୍କ ଚୌକିର ସମ୍ମୁଖ କାଚ ଭାଙ୍ଗିଲା । ବିରୋଧୀ ହଟ୍ଟଗୋଳ କଲେ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଚିରାଚରିତ ଆକ୍ସନ ବି ଦେଖିବାକୁ ମିଳିଲା । ଆଉ ଏସବୁ ଭିତରେ ଗୃହରେ ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଆଜିଠାରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ପଞ୍ଚମ ଅଧିବେଶନ । ପ୍ରଥମ ଦିନରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଥିଲା । ବଜେଟରେ ମୋଟ୍ ବ୍ୟୟ ଅଟକଳ ୧୧ ହଜାର ୨୦୦ କୋଟି ଟଙ୍କା ପ୍ରସ୍ତାବ ରହିଛି । ମହାମାରୀକୁ ଆଖି ଆଗରେ ରଖି ଚଳିତ ବର୍ଷ ଅତିରିକ୍ତ ବଜେଟରେ ଆବଣ୍ଟନର ପୁନଃ ପ୍ରାଥମିକତା ଉପରେ ଗୁରୁତ୍ୱ ଦିଆଯାଇଛି ।

ପ୍ରଶାସନିକ ବ୍ୟୟ ବାବଦକୁ ୨ହଜାର ୨ଶହ ୭୩ କୋଟି , କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭ହଜାର ୪ଶହ ୩୮ କୋଟି, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ୧୭୬୮.୭୭ କୋଟି, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ୨୦୪୬.୧୧ କୋଟି, ଅର୍ଥ ବିଭାଗକୁ ସର୍ବାଧିକ ୨୩୬୩ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୧୪୮୪.୨୨ କୋଟି, ଖାଦ୍ୟ ଯୋଗାଣ ବିଭାଗକୁ ୧୦୭୮.୦୩ କୋଟି, ଶକ୍ତି ବିଭାଗକୁ ୯୫୬.୮୦ କୋଟି ଓ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ୪୫୬.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା