Masthead

ନଜର ପକାନ୍ତୁ କେଉଁ ବିଭାଗକୁ କେତେ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡେ ୱାନରୁ ହଙ୍ଗାମା । ବାଚସ୍ପତିଙ୍କ ଚୌକିର ସମ୍ମୁଖ କାଚ ଭାଙ୍ଗିଲା । ବିରୋଧୀ ହଟ୍ଟଗୋଳ କଲେ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଚିରାଚରିତ ଆକ୍ସନ ବି ଦେଖିବାକୁ ମିଳିଲା । ଆଉ ଏସବୁ ଭିତରେ ଗୃହରେ ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଆଜିଠାରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ପଞ୍ଚମ ଅଧିବେଶନ । ପ୍ରଥମ ଦିନରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଥିଲା । ବଜେଟରେ ମୋଟ୍ ବ୍ୟୟ ଅଟକଳ ୧୧ ହଜାର ୨୦୦ କୋଟି ଟଙ୍କା ପ୍ରସ୍ତାବ ରହିଛି । ମହାମାରୀକୁ ଆଖି ଆଗରେ ରଖି ଚଳିତ ବର୍ଷ ଅତିରିକ୍ତ ବଜେଟରେ ଆବଣ୍ଟନର ପୁନଃ ପ୍ରାଥମିକତା ଉପରେ ଗୁରୁତ୍ୱ ଦିଆଯାଇଛି ।

ପ୍ରଶାସନିକ ବ୍ୟୟ ବାବଦକୁ ୨ହଜାର ୨ଶହ ୭୩ କୋଟି , କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭ହଜାର ୪ଶହ ୩୮ କୋଟି, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ୧୭୬୮.୭୭ କୋଟି, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ୨୦୪୬.୧୧ କୋଟି, ଅର୍ଥ ବିଭାଗକୁ ସର୍ବାଧିକ ୨୩୬୩ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୧୪୮୪.୨୨ କୋଟି, ଖାଦ୍ୟ ଯୋଗାଣ ବିଭାଗକୁ ୧୦୭୮.୦୩ କୋଟି, ଶକ୍ତି ବିଭାଗକୁ ୯୫୬.୮୦ କୋଟି ଓ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ୪୫୬.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ