Masthead

‘ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୁଦ୍ରାସ୍ପିତୀ ୪% ରଖିବାକୁ ଆକଳନ କରାଯାଇଛି । ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ । ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ ।

କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ । ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ବିହାର,ଆନ୍ଧ୍ର ପାଇଁ ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ । ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ । ନୂଆ ଏୟାରପୋର୍ଟ, ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ । ଆନ୍ଧ୍ରପ୍ରଦେଶ ପାଇଁ ବି ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ । ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ । ପୋଲାଭରମ ଆନ୍ଧ୍ରର ।

ଆଉ ୩ କୋଟି ଆବାସ ଗୃହ ନିର୍ମାଣ ନେଇ ଅର୍ଥମନ୍ତ୍ରୀ ସୂଚନା । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ । ମହିଳା ଓ ଯୁବତୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟି । ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ପୂର୍ବୋଦୟ । ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ । ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ । ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ । ଲୋନ୍‌ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା ।

ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ । ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ । ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ । ପିପିପି ମୋଡ୍‌ରେ ନିର୍ମାଣ ହେବ ରେଣ୍ଟାଲ ହାଉସିଂ ବ୍ୟବସ୍ଥା । ଡର୍ମିଟୋରୀ ବ୍ୟବସ୍ଥା ରହିବ, ସୁବିଧାରେ ରହିପାରିବେ ଶ୍ରମିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା