Masthead

ଦିନକ ପରେ ବଜେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକ ପରେ ବଜେଟ । ନିର୍ବାଚନକାଳୀନ ବଜେଟ ଉପରେ ସାରା ଦେଶବାସୀଙ୍କ ପ୍ରତୀକ୍ଷା । ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଶେଷ ବଜେଟକୁ ନେଇ ବୈଠକରେ ହେବ ଆଲୋଚନା । ଆସନ୍ତା ଏପ୍ରିଲ-ମେ ମାସରେ ସାଧାରଣ ନିର୍ବାଚନ ସମ୍ଭାବନା ଥିବାବେଳେ ଫେବ୍ରୁଆରୀ ୧ ତାରିଖର ଅନ୍ତରୀଣ ବଜେଟ ନେଇ ଚାଲିଛି କଳ୍ପନାଜଳ୍ପନା । ବଜେଟ ଲାଗି ଗତ ବୁଧବାର ଅନୁଷ୍ଠିତ ହୋଇଥିଲା ହାଲୁଆ ସେରିମନି ।

ବୈଠକରେ ଉଭୟ ଲୋକସଭା ଓ ରାଜ୍ୟସଭାର ସବୁ ରାଜନୈତିକ ଦଳର ସାଂସଦ ସାମିଲ ହେବେ । ବଜେଟ ଅଧିବେଶନକୁ ସୁରୁଖୁରରେ ଚଳାଇବା ପାଇଁ ସବୁ ରାଜନୈତିକ ଦଳଙ୍କ ସହଯୋଗ ଲୋଡିବେ କେନ୍ଦ୍ର ସରକାର । ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ଫେବୃଆରୀ ୯ ତାରିଖ ଯାଏଁ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର