Masthead

କାଲିଠୁ ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ବିଧାନସଭା ବଜେଟ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେଶନ ସୁରୁଖୁରୁରେ ଚାଲିବା ନେଇ ହେବ ଆଲୋଚନା । ଅଧିବେଶନରେ ରହିବ ୭ଟି କାର୍ଯ୍ୟଦିବସ । କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ସୋମବାର ବସିବ ବିଜେଡି ବିଧାୟକ ଦଳ ବୈଠକ । ଏହା ହେଉଛି ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ।

ଫେବୃଆରୀ ୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ୧୫ ତମ ଅଧିବେଶନ । ମୁହାମୁହିଁ ହେବେ ଶାସକ ଓ ବିରୋଧୀ । ଗୃହରେ ଉଠିବ ନୂଆ ଓ ପୁରୁଣା ପ୍ରସଙ୍ଗ । ସ୍ୱଳ୍ପ କାଳୀନ ଅଧିବେଶନରେ ବିରୋଧୀ ଓ ଶାସକ ଦଳ କେଉଁ ପ୍ରସଙ୍ଗ ଉଠାଇବେ ତାହାକୁ ନେଇ ଆରମ୍ଭ ହୋଇଯାଇଛି ସଜବାଜ । ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଉଭୟ ପକ୍ଷ । ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ ।

ଅଧିବେଶନର ମୋଟ ୭ଟି କାର୍ୟ୍ୟ ଦିବସ ରହିଛି । କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବାରୁ ଉଭୟ ଶାସକ-ବିରୋଧୀ ଗୃହରେ ହଙ୍ଗାମା ଦେଖିବାକୁ ମିଳିପାରେ । ଅନ୍ୟପଟେ ବିଧାନସଭାର ଶେଷ ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ଲାଗି ବାଚସ୍ପତି ଡାକିଛନ୍ତି ସର୍ବଦଳୀୟ ବୈଠକ । ୪ ତାରିଖ ସନ୍ଧ୍ୟା ୬ଟା ୩୦ରେ ବିଧାନସଭାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ସର୍ବଦଳୀୟ ବୈଠକ ବସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା