Masthead

କାଲିଠୁ ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ବିଧାନସଭା ବଜେଟ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେଶନ ସୁରୁଖୁରୁରେ ଚାଲିବା ନେଇ ହେବ ଆଲୋଚନା । ଅଧିବେଶନରେ ରହିବ ୭ଟି କାର୍ଯ୍ୟଦିବସ । କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ସୋମବାର ବସିବ ବିଜେଡି ବିଧାୟକ ଦଳ ବୈଠକ । ଏହା ହେଉଛି ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ।

ଫେବୃଆରୀ ୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ୧୫ ତମ ଅଧିବେଶନ । ମୁହାମୁହିଁ ହେବେ ଶାସକ ଓ ବିରୋଧୀ । ଗୃହରେ ଉଠିବ ନୂଆ ଓ ପୁରୁଣା ପ୍ରସଙ୍ଗ । ସ୍ୱଳ୍ପ କାଳୀନ ଅଧିବେଶନରେ ବିରୋଧୀ ଓ ଶାସକ ଦଳ କେଉଁ ପ୍ରସଙ୍ଗ ଉଠାଇବେ ତାହାକୁ ନେଇ ଆରମ୍ଭ ହୋଇଯାଇଛି ସଜବାଜ । ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଉଭୟ ପକ୍ଷ । ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ ।

ଅଧିବେଶନର ମୋଟ ୭ଟି କାର୍ୟ୍ୟ ଦିବସ ରହିଛି । କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବାରୁ ଉଭୟ ଶାସକ-ବିରୋଧୀ ଗୃହରେ ହଙ୍ଗାମା ଦେଖିବାକୁ ମିଳିପାରେ । ଅନ୍ୟପଟେ ବିଧାନସଭାର ଶେଷ ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ଲାଗି ବାଚସ୍ପତି ଡାକିଛନ୍ତି ସର୍ବଦଳୀୟ ବୈଠକ । ୪ ତାରିଖ ସନ୍ଧ୍ୟା ୬ଟା ୩୦ରେ ବିଧାନସଭାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ସର୍ବଦଳୀୟ ବୈଠକ ବସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ