Masthead

କାଲି ବଜେଟ୍ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଶାସକ ଦଳ ବିରୋଧୀ ଦଳକୁ କେମିତି ଘେରିବେ ସେ ନେଇ ରଣନୀତି ପ୍ରସ୍ତୁତ କରିବେ ଉଭୟ ଦଳ । ବିଧାନସଭାରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦଳ ପାଖରେ ମାଳ ମାଳ ପ୍ରସଙ୍ଗ ରହିଛି । ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଭଳି ମୁଖ୍ୟ ପ୍ରସଙ୍ଗ ନେଇ ଶାସକ ଦଳ ଦଳକୁ ଘେରିବ ବିରୋଧୀ ଦଳ । ସେହିପରି ଜେଲରେ ଗୋବିନ୍ଦର ମୃତ୍ୟୁ, ମହାନଦୀ ଜଳ ପ୍ରସଙ୍ଗ, ହକି ନାଁରେ ହରିଲୁଟ, ହକି ପାସ ବଣ୍ଟନ ଦୁର୍ନୀତି, ବିଜୁଳି ଟିକସ, କେନ୍ଦ୍ରୀୟ ଅନୁଦାନ ବାଟମାରଣା, କେନ୍ଦ୍ର ଯୋଜନାକୁ ନିଜ ନାଁରେ କରିବା ଭଳି ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛି ବିରୋଧୀ ଦଳ ।

ଆଜି ଅପରାହ୍ଣରେ ବିଜେପି ବିଧାୟକ ଦଳ ବୈଠକ ବସିବ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବାସଭବନରେ ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ପ୍ରଭାରୀ ସୁନୀଲ ବଂଶଲ ଯୋଗଦେବେ । ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟନାରାୟଶ ମିଶ୍ର ଆଇଆଇସିଙ୍କୁ ଧକ୍କା ମରା ଘଟଣାକୁ ପ୍ରସଙ୍ଗ କରିବ ଶାସକ ଦଳ । ଏହାସହ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଦେଉଥିବା ୫କେଜି ଚାଉଳ କାହିଁକି କାଟିଲେ? ଓଡ଼ିଶାକୁ କାହିଁକି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମିଳିବନି? ଏହି ସବୁ ପ୍ରସଙ୍ଗ ଶାସକ ବିଜେଡି ବିଧାନସଭାରେ ଉଠାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି