ଆଇଓସିଏଲ ଗେଟରେ ଯୁବକଙ୍କ ବ୍ୟାଗରୁ ମିଳିଲା ଗୁଳି

ପାରାଦୀପ (ବଡ଼ ଖବର ବ୍ୟୁରୋ): ଆଇଓସିଏଲ ଗେଟରେ ଯୁବକଙ୍କ ବ୍ୟାଗରୁ ମିଳିଲା ଗୁଳି । ତଲାସି ବେଳେ ବ୍ୟାଗରୁ ଗୁଳି ଜବତ କଲା ସିଆଇଏସ‌ଏଫ। ଯୁବକ ଜଣଙ୍କ ଆଇଓସିଏଲରେ ଠିକା କାମରେ ନିଯୁକ୍ତ ଥିବା ଟେକନୋମାଉଣ୍ଟ କମ୍ପାନୀର ସୁପରଭାଇଜର ଦେବାଶିଷ ଦାସ । ପାରାଦୀପ ରିଫାଇନାରୀ ୨ନଂ ଗେଟ୍ ଦେଇ ରିଫାଇନାରୀ ଭିତରକୁ ଯିବା ସମୟରେ ସିଆଇଏସଏଫ ଯବାନଙ୍କ ତଲାସି ବେଳେ ବ୍ୟାଗରୁ ବାହାରିଥିଲା ଗୁଳି।

ଦେବାଶିଷ ଦାସକୁ ଅଟକ ରଖି ଅଧିକ ପଚରାଉଚରା କରୁଛି ଅଭୟଚାନ୍ଦପୁର ପୋଲିସ। ଆଇଓସିଏଲ ଏକ ସମ୍ବେଦନଶୀଳ କମ୍ପାନୀ ହୋଇଥିବାରୁ ଏହା ଭିତରକୁ ମୋବାଇଲ, ଇଲୋକ୍ଟ୍ରୋନିକ୍ସ ଡିଭାଇସ୍ ସମେତ କୌଣସି ସାମଗ୍ରୀ ନେବା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। କାରଣ ଆଇଓସିଏଲ ଭିତରେ ଗ୍ୟାସ, ପେଟ୍ରୋଲ, ଡିଜେଲ ପ୍ରଭୃତି ସାମଗ୍ରୀ ରହିଛି। ମାତ୍ର ସୁପରଭାଇଜର ଜଣଙ୍କ କଣ୍ ପାଇଁ ନିଜ ବ୍ୟାଗରେ ଗୋଟିଏ ଗୁଳି ନେଇଥିଲେ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ପୋଲିସ ଯୁବକକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!