Masthead

ବୁର୍ଲାରେ ହେବ ଦ୍ବିତୀୟ କୋଭିଡ ହସ୍ପିଟାଲ

ବୁର୍ଲା (ବଡ଼ ଖବର ବ୍ୟୁରୋ): ବୁର୍ଲାରେ ହେବ ଦ୍ବିତୀୟ କୋଭିଡ ହସ୍ପିଟାଲ । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବୁର୍ଲା ଆସି କୋଭିଡ ହସ୍ପିଟାଲ ଗସ୍ତ କରିବା ପରେ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁର୍ଲାରେ ୧୨୦ ଟି ବେଡ଼ କୋଭିଡ ହସ୍ପିଟାଲରେ ଥିଲା ।

ବର୍ତ୍ତମାନ୧୦୫ ଟି ବେଡ଼ ବୃଦ୍ଧି ହୋଇ ୨୨୫ରେ ପହଞ୍ଚିଛି । ବୁର୍ଲା ମେଡିସିନ କୋଠାରେ ୧୦ ଦିନ ମଧ୍ୟରେ ଦ୍ବିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବ । ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବେଡ଼ ରହିବ । ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବେଡ଼ ରହିବ ।

ଏହାସହ ଝାରସୁଗୁଡା ଓ ଦେବଗଡ଼ ଜିଲ୍ଲାର ମଧ୍ୟ ସମୀକ୍ଷା କରିଛନ୍ତି ଏହି ଟିମ୍ । ଛତିଶଗଡରେ ବଢୁଥିବା ସଂକ୍ରମଣ ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ ସାମାଲ, ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଉତ୍ତରାଞ୍ଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର, ମସାର ନିର୍ଦ୍ଦେଶ ପ୍ରଫେସର ଲଳିତ ମେହେର, ଅଧକ୍ଷା ଡାକ୍ତର ଜୟଶ୍ରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ