Masthead

ବୁର୍ଲାରେ ହେବ ଦ୍ବିତୀୟ କୋଭିଡ ହସ୍ପିଟାଲ

ବୁର୍ଲା (ବଡ଼ ଖବର ବ୍ୟୁରୋ): ବୁର୍ଲାରେ ହେବ ଦ୍ବିତୀୟ କୋଭିଡ ହସ୍ପିଟାଲ । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବୁର୍ଲା ଆସି କୋଭିଡ ହସ୍ପିଟାଲ ଗସ୍ତ କରିବା ପରେ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁର୍ଲାରେ ୧୨୦ ଟି ବେଡ଼ କୋଭିଡ ହସ୍ପିଟାଲରେ ଥିଲା ।

ବର୍ତ୍ତମାନ୧୦୫ ଟି ବେଡ଼ ବୃଦ୍ଧି ହୋଇ ୨୨୫ରେ ପହଞ୍ଚିଛି । ବୁର୍ଲା ମେଡିସିନ କୋଠାରେ ୧୦ ଦିନ ମଧ୍ୟରେ ଦ୍ବିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବ । ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବେଡ଼ ରହିବ । ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବେଡ଼ ରହିବ ।

ଏହାସହ ଝାରସୁଗୁଡା ଓ ଦେବଗଡ଼ ଜିଲ୍ଲାର ମଧ୍ୟ ସମୀକ୍ଷା କରିଛନ୍ତି ଏହି ଟିମ୍ । ଛତିଶଗଡରେ ବଢୁଥିବା ସଂକ୍ରମଣ ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ ସାମାଲ, ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଉତ୍ତରାଞ୍ଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର, ମସାର ନିର୍ଦ୍ଦେଶ ପ୍ରଫେସର ଲଳିତ ମେହେର, ଅଧକ୍ଷା ଡାକ୍ତର ଜୟଶ୍ରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା