Masthead

ମଣିପୁର ହିଂସା: ଘର ଜାଳିଲେ, ପୋଲିସ ଠାରୁ ବନ୍ଧୁକ ଛଡ଼ାଇନେଲେ

ମଣିପୁର (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । କିଛି ଦିନର ବ୍ୟବଧାନ ପରେ ମଣିପୁରରେ ଦେଖିବାକୁ ମିଳିଛି ହିଂସା । ନୂଆ ଲମ୍ବୁଲେନ୍‌ ଅଞ୍ଚଳରେ ଥିବା ୩ ଘରକୁ ଅଜ୍ଞାତ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ସେଠାରେ ରାଜ୍ୟ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ କରିବାକୁ ଦାବି କରିଥିଲେ।

ଅପରପକ୍ଷେ ଭିଡ଼ ହଟାଇବାକୁ ପୋଲିସ ଟିୟର ଗ୍ୟାସ ପ୍ରୟୋଗ କରିଥିବା ଜଣାପଡ଼ିଛି। ଅନ୍ୟଏକ ଘଟଣାକ୍ରମେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପୂର୍ବତନ ନିର୍ଦ୍ଦେଶକ କେ. ରଜୋଙ୍କ ବାସଭବନ ଆଗରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କଠାରୁ ଦୁର୍ବୃତ୍ତମାନେ ୩ଟି ବନ୍ଧୁକ ଛଡ଼ାଇ ନେଇଥିବା ଜଣାପଡ଼ିଛି। ଇମ୍ଫାଲ ଥାନା ଅନ୍ତର୍ଗତ ସଗୋଲବନନ୍ଧ ବିଜୋୟ ଗୋବିନ୍ଦା ଅଞ୍ଚଳରେ ଏହି ଘଟଣା ଘଟିଥିବା ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ