Masthead

ଦଶପଲ୍ଲା ଶାଳଭଙ୍ଗା ଛକ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା, ପିକନିକ ବସକୁ ପିଟିଲା ଟ୍ରକ ୩ ଛାତ୍ରୀ ମୃତ

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ଶାଳଭଙ୍ଗା ଛକ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା। ଦଶପଲ୍ଲାରୁ ହରିଶଙ୍କର ଯାଉଥିବା ପିକନିକ ବସକୁ ପିଟିଲା ଚାଉଳ ବୋଝେଇ ଟ୍ରକ। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଗତ ରାତିରେ ଦଶପଲ୍ଲା ଏନଏସି ୭ନଂୱାର୍ଡ ବାରପୁରିକିଆରେ ଥିବା ଘରୋଇ ଶିକ୍ଷାନୁଷ୍ଠାନ ଦେବିଶ ଟ୍ୟୁଟୋରିଆଲର ୭୦ ଜଣ ଛାତ୍ରଛାତ୍ରୀ ବସରେ ପିକନିକ୍ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଚାଉଳ ବୋଝେଇ ଟ୍ରକ ସହ ଜଙ୍ଗଲ ରାସ୍ତାରେ  ମୁହାଁମୁହିଁ ଧକ୍କା ହୋଇଥିଲା ।

ଘଟଣାସ୍ଥଲରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ଅନ୍ୟ ଛାତ୍ରୀ ଗୁରୁତର ହେବାରୁ ତାଙ୍କୁ ନୟାଗଡ ମୁଖ୍ୟ ଚିକିତ୍ସାଳ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଗୁରୁତର ଛାତ୍ରଙ୍କୁକଟକ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ବାଣିଗୋଚ୍ଛା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା