Masthead

ସ୍କୁଟିକୁ ଧକ୍କା ଦେଲା ବସ; ଜଣେ ମୃତ, ଜଣେ ଗୁରୁତର

ସେରଗଡ଼(ବଡ଼ ଖବର ବ୍ୟୁରୋ):ବସ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । ସ୍କୁଟି ଉପରେ ମାଡ଼ିଗଲା ଘରୋଇ ଯାତ୍ରୀବାହୀ ବସ୍ । ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଛାତିଥରା ଦୃଶ୍ୟ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ସାରୁ ଓ ସମରଝୋଳ ଛକ ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ହିଞ୍ଜିଲକାଟୁ ନବିନଭବନର ସାହିର ରୋଶନ ବେହେରାଙ୍କ ମୃତ୍ୟୁ ହୋଇଥିବାଳେଳେ ମନୋଜ କୁମାର ଦାସ ଗୁରୁତର ଆହତ ହୋଇଛନ୍ତ ।

ସୂଚନା ମୁତାବକ ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇ ବ୍ରହ୍ମପୁର ଅଭିମୁଖେ ଯାଉଥିବାସମୟରେ ସ୍କୁଟି ଉପରେ ଯାତ୍ରୀବାହୀ ବସ ଚଢିଯାଇଥôଲା। ଘଟଣାସ୍ଥଳରେ ରୋଶନଙ୍କ ମୃତ୍ୟୁ ହୋଇଥିବାବେଳେ ମନୋଜ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ମନୋଜଙ୍କୁ ଆମ୍ବୁଲାନ୍ସ ଜରିଆରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ହିଞ୍ଜିଳି ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଛି । ଦୁର୍ଘଟଣାଗ୍ରସ୍ତ ବସ ଓ ସ୍କୁଟିକୁ ମଧ୍ୟ ଜବତ କରାଯାଇଛି । ଏନେଇ ହିଞ୍ଜିଳି ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥୁବା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ