Masthead

ବଢିଲା ବସ ଭଡା

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ବସ ଭଡା । ସାଧାରଣ ଓ ଏକ୍ସପ୍ରେସ ବସ ଭଡା କିମି ପିଛା ୫ ପଇସା ବୃଦ୍ଧି । ଡିଲକ୍ସ ଓ ଏସି ଡିଲକ୍ସ ବସ ଭଡା କିମି ପିଛା ୧୦ ପଇସା ବୃଦ୍ଧି । ଯେଉଁଭଳି ଭାବେ ଦିନକୁ ଦିନ ବଢିଚାଲିଛି ପେଟ୍ରୋଲ ଓ ଡିଜେଲ ଦର ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଏହା ପୂର୍ବରୁ ଫେବୃଆରୀ ୮ ତାରିଖରେ ବସ୍ ଭଡା ବୃଦ୍ଧି ହୋଇଥିଲା । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।

ଗତ କିଛି ଦିନ ହେଲା ଯେପରି ଡିଜେଲ୍ ଦର ବୃଦ୍ଧି ପାଇବାରେ ଲାଗିଥିଲା ତେବେ ସେହିଭଳି ଭାବେ ବସ୍ ଭଡା ବୃଦ୍ଧି ହେବ ବୋଲି ଆଶଙ୍କା ମଧ୍ୟ କରାଯାଉଥିଲା । ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି। ସେହିପରି ଏକ୍ସପ୍ରେସ୍ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି ହୋଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୧୧ ପଇସାରୁ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ୍ ଭଡା ୧ ଟଙ୍କା ୩୯ ପଇସାରୁ ୧ ଟଙ୍କା ୪୯ ପଇସା ବୃଦ୍ଧି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ