ବଢିଲା ବସ ଭଡା

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ବସ ଭଡା । ସାଧାରଣ ଓ ଏକ୍ସପ୍ରେସ ବସ ଭଡା କିମି ପିଛା ୫ ପଇସା ବୃଦ୍ଧି । ଡିଲକ୍ସ ଓ ଏସି ଡିଲକ୍ସ ବସ ଭଡା କିମି ପିଛା ୧୦ ପଇସା ବୃଦ୍ଧି । ଯେଉଁଭଳି ଭାବେ ଦିନକୁ ଦିନ ବଢିଚାଲିଛି ପେଟ୍ରୋଲ ଓ ଡିଜେଲ ଦର ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଏହା ପୂର୍ବରୁ ଫେବୃଆରୀ ୮ ତାରିଖରେ ବସ୍ ଭଡା ବୃଦ୍ଧି ହୋଇଥିଲା । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।

ଗତ କିଛି ଦିନ ହେଲା ଯେପରି ଡିଜେଲ୍ ଦର ବୃଦ୍ଧି ପାଇବାରେ ଲାଗିଥିଲା ତେବେ ସେହିଭଳି ଭାବେ ବସ୍ ଭଡା ବୃଦ୍ଧି ହେବ ବୋଲି ଆଶଙ୍କା ମଧ୍ୟ କରାଯାଉଥିଲା । ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି। ସେହିପରି ଏକ୍ସପ୍ରେସ୍ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି ହୋଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୧୧ ପଇସାରୁ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ୍ ଭଡା ୧ ଟଙ୍କା ୩୯ ପଇସାରୁ ୧ ଟଙ୍କା ୪୯ ପଇସା ବୃଦ୍ଧି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!