Masthead

ଜଳିଗଲା ଚଳନ୍ତା ବସ୍, କେନ୍ଦ୍ରାପଡ଼ାର ଜଣେ ମହିଳା ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜଳିଗଲା ଚଳନ୍ତା ବସ୍ । କୋଲକାତାରୁ ଓଡ଼ିଶା ଆସୁଥିବା ବେଳେ ହଠାତ୍ ଲାଗିଥିଲା ନିଆଁ । କେନ୍ଦ୍ରାପଡ଼ାର ଜଣେ ମହିଳା ମୃତ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବସରେ ଥିଲେ ମୋଟ ୩୮ ଯାତ୍ରୀ, ଓଡ଼ିଶାରୁ ୨୫ ଜଣ ଯାତ୍ରୀ ଥିଲେ । ଗତକାଲି ରାତିରେ କୋଲକତାରୁ ଓଡିଶା ଆସୁଥିବା ଏକ ବସରେ ଖଡଗପୁରଠାରେ ନିଆଁ ଲାଗି ଯାଇଥିଲା । ଏହି ଅଗ୍ନିକାଣ୍ଡରେ କେନ୍ଦ୍ରାପଡାର ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମହିଳା ଜଣଙ୍କର ନାମ ପୁଷ୍ପଞ୍ଜଳି ଓ ସେ ପରିବାର ସହ ଘରକୁ ଫେରୁଥିଲେ । ସେପଟେ ଏହି ଅଗ୍ନିକାଣ୍ଡରେ ୩୦ ଜଣରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ମେଦିନୀପୁର ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ବସରେ ଓଡିଶାର ୨୫ ଜଣ ଯାତ୍ରୀ ରହିଥିଲେ । କେନ୍ଦ୍ରାପଡା ଜିଲ୍ଲାରୁ ୧୬ ଜଣ, ପାରାଦୀରୁ ୨ ଜଣ ଓ ଯାଜପୁର ଜିଲ୍ଲାର ୭ ଜଣ ଯାତ୍ରୀ ସେହି ବସରେ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ