Masthead

କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଭଞ୍ଜନଗର କଳିଙ୍ଗା ଘାଟିରେ ଓଲଟିଲା ବସ । ଶୁକ୍ରବାର ଭୋର୍‌ ସମୟରେ କଳିଙ୍ଗା ଘାଟିର ଅନ୍ଧାରୀକୋଟି ମନ୍ଦିର ବୁଲାଣିରେ ଏକ ବସ୍‌ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 15ରୁ ଉର୍ଦ୍ଧ୍ବ ଗୁରୁତରଙ୍କୁ ଭଞ୍ଜନଗର ଓ ଜି. ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ ବସଟି ବରଗଡ଼ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି । ବ୍ରେକ୍ ଫେଲ ଯୋଗୁଁ ବସଟି ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି ।

ତେବେ ବସରେ 20ରୁ ଅଧିକ ଯାତ୍ରୀ ଥିବା ବେଳେ ଅଗ୍ନିଶମ ବାହିନୀ ଦ୍ବାରା ସେମାନଙ୍କୁ ଉଦ୍ଧାର କରାଯାଇଥିଲା । ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ପ୍ରାୟ ଦୁଇମାସ ଗମନାଗମନ ବନ୍ଦ ରହିବା ପରେ ଗତ ସପ୍ତାହରେ ଚାରି ଚକିଆ ଯାନ ଏବଂ ଦୁଇ ଚକିଆ ଯାନ ଯାତାୟାତ ପାଇଁ ଅନୁମତି ମିଳିଥିଲା। ବସ୍‌ ଟ୍ରକ୍‌ ଯାତାୟାତ ପାଇଁ ଅନୁମତି ମିଳୁ ନ ଥିଲା। କିନ୍ତୁ ଗୁରୁବାର ରାତିରେ ବୁର୍ଲାରୁ ଶ୍ରୀରାମ ବସ୍‌ ବ୍ରହ୍ମପୁର ଅଭିମୁଖେ ପ୍ରାୟ ୨୫ ଜଣ ଯାତ୍ରୀ ନେଇ ଆସୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ