କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଭଞ୍ଜନଗର କଳିଙ୍ଗା ଘାଟିରେ ଓଲଟିଲା ବସ । ଶୁକ୍ରବାର ଭୋର୍‌ ସମୟରେ କଳିଙ୍ଗା ଘାଟିର ଅନ୍ଧାରୀକୋଟି ମନ୍ଦିର ବୁଲାଣିରେ ଏକ ବସ୍‌ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 15ରୁ ଉର୍ଦ୍ଧ୍ବ ଗୁରୁତରଙ୍କୁ ଭଞ୍ଜନଗର ଓ ଜି. ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ ବସଟି ବରଗଡ଼ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି । ବ୍ରେକ୍ ଫେଲ ଯୋଗୁଁ ବସଟି ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି ।

ତେବେ ବସରେ 20ରୁ ଅଧିକ ଯାତ୍ରୀ ଥିବା ବେଳେ ଅଗ୍ନିଶମ ବାହିନୀ ଦ୍ବାରା ସେମାନଙ୍କୁ ଉଦ୍ଧାର କରାଯାଇଥିଲା । ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ପ୍ରାୟ ଦୁଇମାସ ଗମନାଗମନ ବନ୍ଦ ରହିବା ପରେ ଗତ ସପ୍ତାହରେ ଚାରି ଚକିଆ ଯାନ ଏବଂ ଦୁଇ ଚକିଆ ଯାନ ଯାତାୟାତ ପାଇଁ ଅନୁମତି ମିଳିଥିଲା। ବସ୍‌ ଟ୍ରକ୍‌ ଯାତାୟାତ ପାଇଁ ଅନୁମତି ମିଳୁ ନ ଥିଲା। କିନ୍ତୁ ଗୁରୁବାର ରାତିରେ ବୁର୍ଲାରୁ ଶ୍ରୀରାମ ବସ୍‌ ବ୍ରହ୍ମପୁର ଅଭିମୁଖେ ପ୍ରାୟ ୨୫ ଜଣ ଯାତ୍ରୀ ନେଇ ଆସୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ