Masthead

ଆଉ ହେବନି ବସ୍‌ ଧର୍ମଘଟ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଉ ହେବନି ବସ୍‌ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍‌ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ବୈଠକ ପରେ ଧର୍ମଘଟରୁ ଓହରିଲା ସଂଘ। ଆଜି ସନ୍ଧ୍ୟାରୁ ଆରମ୍ଭ ହେବାକୁ ଥିବା ବସ୍‌ ଧର୍ମଘଟ ଶେଷରେ ପ୍ରତ୍ୟାହୃତ ହୋଇଛି । ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଗୋଳନ୍ଥରାସ୍ଥିତ ବାସଭବନରେ ଆଜି ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ସରକାରଙ୍କ ଦ୍ୱିତୀୟ ପର୍ଯ୍ୟାୟ ତଥା ବ୍ଲକ ଏବଂ ଜିଲ୍ଲା ସଦର ମହକୁମା ମଧ୍ୟରେ ଟାୟାର-ଟୁ ଏସି ବସ୍ ସେବା ନିଷ୍ପତ୍ତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଥିଲା।

ଲକ୍ଷ୍ମୀ ବସ୍‌ ଚଳାଚଳ ହେତୁ ସେମାନେ ବହୁ କ୍ଷତିର ସମ୍ମୁଖୀନ ହେଉଥିବାରୁ ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଯାତାୟତ କରୁଥିବା ଟାୟାର-ଟୁ ଏସି ବସ୍ ସେବାକୁ ବନ୍ଦ କରିବାକୁ ଦାବି କରିଥିଲେ। ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରି ଧର୍ମଘଟ ଡାକରା ଦିଆଯାଇଥିଲା। ବସ୍‌ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ପରିବହନ ମନ୍ତ୍ରୀଙ୍କ ବାସଭବନରେ ବିସିଥିଲା। ମାନସ ମନ୍ଥନ ପରେ ଏହା ପ୍ରତ୍ୟହୃତ ହୋଇଛି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ଭିତରେ ଆଲୋଚନା ଶେଷ ହୋଇଛି।

ଲକ୍ଷ୍ମୀ ବସ୍‌ ଚଳାଚଳ ହେତୁ କ୍ଷତି ହେଉଥିବା ସେମାନେ ଦାବି ରଖିଥିଲେ। ସେମାନଙ୍କ ଦାବିର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆମେ ଏବେ ଲକ୍ଷ୍ମୀ ବସ୍‌ର ଟାୟାର-ଟୁ ଇଉ ବସ୍ ଚଳାଚଳକୁ ସ୍ଥଗିତ ରଖୁଛୁ। ମାତ୍ର ଆମେ ନୂଆ ଲୋଗୋ, ନୂଆ ଅପରେସନ ଓ ନୂଆ ସ୍ୱରୂପରେ ଲକ୍ଷ୍ମୀ ବସ୍‌ର କାମ କରିବୁ । ଅତି ଶୀଘ୍ର ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବୁ। ତେଣୁ ଏବେ ଉଭୟ ସଂଘ ପକ୍ଷରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼