Masthead

ସ୍ଥଗିତ ରହିଲା ବସ୍ ଧର୍ମଘଟ, ସ୍ୱାଭାବିକ ହେଲା ଯାତ୍ରୀ ପରିବହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥଗିତ ରହିଲା ବସ୍ ଧର୍ମଘଟ । ସ୍ୱାଭାବିକ ହୋଇଛି ଯାତ୍ରୀ ପରିବହନ ବ୍ୟବସ୍ଥା । ଆଜିଠୁ ରାଜ୍ୟରେ ପୁଣି ଚାଲିବ ଘରୋଇ ବସ୍ । ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟକୁ ସ୍ଥଗିତ ରଖିଛି ଘରୋଇ ବସ୍ ମାଲିକ ସଂଘ । ଏନେଇ ପ୍ରେସମିଟ୍ କରି ସଂଘ ସୂଚନା ଦେଇଛି । ଯାତ୍ରୀମାନେ ସୁରୁଖୁରୁରେ ନିଜ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇପାରୁଛନ୍ତି । ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବସ୍ ପୁଣି ଚଳାଚଳ ଆରମ୍ଭ କରିଥିବାରୁ ଯାତ୍ରୀ ଆଶ୍ୱସ୍ତ ହୋଇଛନ୍ତି ।

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଗତକାଲି ବସ୍ ଧର୍ମଘଟ କରିଥିଲା । ଫଳରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ ଯାତ୍ରୀ। ହେଲେ ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ନକରିବା ଯାଏଁ, ଆନ୍ଦୋଳନ ପ୍ରତ୍ୟାହର ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ସୂଚନା ଦେଇଥିଲେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ । ପରେ ପ୍ରେସମିଟ କରି ଆନ୍ଦୋଳନ ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ସ୍ଥଗିତ ହୋଇଥିବା ନେଇ ସୂଚନା ଦେଇଥିଲେ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ