Masthead

ସକାଳ ସାଢେ ୫ ସୁଦ୍ଧା ଭୁବନେଶ୍ୱରରେ ୩୦.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ତାତି । ସାରା ରାଜ୍ୟରେ ନିଆଁ ବର୍ଷା । କାଲି ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ । ସକାଳୁ ସକାଳୁ ରାଜଧାନୀରେ ପ୍ରବଳ ଗୁଳୁଗୁଳି । ସକାଳ ସାଢେ ୫ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦.୬ ଡ଼ିଗ୍ରୀ ଏବଂ ଆଦ୍ରତା ୯୦% ରେକର୍ଡ ହୋଇଛି । ଲଗାତାର ୧୫ ଦିନରୁ ଅଧିକ ସମୟ ଧରି ରାଜ୍ୟରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ।

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସିଭିୟର ହିଟଓ୍ବେଭ୍ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାକୁ ସତର୍କତା ଜାରି ହୋଇଥିବା ବେଳେ ୧୯ ତାରିଖ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କେନ୍ଦୁଝର, କଟକ, ନୟାଗଡ଼, ଖୋର୍ଦ୍ଧା ଏବଂ ବଲାଙ୍ଗୀରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ସ୍ବାଭାବିକଠାରୁ ୬.୫ ଡିଗ୍ରୀରୁ ୧୦ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ଅଧିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ