Masthead

ସକାଳୁ ସକାଳୁ ପ୍ରବଳ ଗ୍ରୀଷ୍ମ ପ୍ରବାହ, ସାଢେ ୫ ସୁଦ୍ଧା ଭୁବନେଶ୍ୱରରେ ୨୯.୮ ଡ଼ିଗ୍ରୀ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ପ୍ରବଳ ଗ୍ରୀଷ୍ମ ପ୍ରବାହ । ସକାଳ ସାଢେ ୫ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୨୯ ଡିଗ୍ରୀ ଛୁଇଁଛି ତାପମାତ୍ରା । ୨୯.୮ ଡ଼ିଗ୍ରୀ ତାପମାତ୍ରା ଏବଂ ୭୨% ଆଦ୍ରତା ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ସାଙ୍ଗକୁ ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ବଢ଼ାଉଛି ଗୁଳୁଗୁଳି । ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ।

ସ୍ୱାଭାବିକଠାରୁ ୭ରୁ ୮ ଡିଗ୍ରୀ ଯାଏଁ ଅଧିକ ରହିବ ତାପମାତ୍ରା । ଜୁନ୍ ୨୦ ଯାଏଁ ଖରା, ଗରମ ଓ ଉଚ୍ଚ ତାପମାତ୍ରା ଲାଗି ରହିବ । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ସିଭିୟର ହିଟୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଦେଓଗଡ଼, ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କଟକ, ଖୋର୍ଦ୍ଧା ଓ ନୂଆପଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା