ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସଦର ଓ ସଂରକ୍ଷିତ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବାଲେଶ୍ୱର ଆସନ ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ହୋଇଛନ୍ତି ହିମାଂଶୁ ଭୂଷଣ ମଲ୍ଲିକ । ବାଲେଶ୍ୱର ସଦର ଆସନ ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟେତି ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିବା ପାଇଁ ଚର୍ଚ୍ଚା ଚାଲିଥିଲା । କିନ୍ତୁ ଆଜି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ମମତାଙ୍କୁ ଟିକେଟ ଦିଆଯାଇଛି । ଗତକାଲି ବିଜେପି ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିଲା । ଆଜି ଅପରାହ୍ନରେ ବିଜେଡି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିଲା । ଏବେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି । ଏହି ଦୁଇ ଆସନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ । ଉଭୟ ଆସନ ପାଇଁ ନଭେମ୍ବର ୩ରେ ଭୋଟଗ୍ରହଣ କରାଯିବ । ନଭେମ୍ବର ୧୦ରେ ଫଳାଫଳ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ