Masthead

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସଦର ଓ ସଂରକ୍ଷିତ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବାଲେଶ୍ୱର ଆସନ ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ହୋଇଛନ୍ତି ହିମାଂଶୁ ଭୂଷଣ ମଲ୍ଲିକ । ବାଲେଶ୍ୱର ସଦର ଆସନ ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟେତି ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିବା ପାଇଁ ଚର୍ଚ୍ଚା ଚାଲିଥିଲା । କିନ୍ତୁ ଆଜି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ମମତାଙ୍କୁ ଟିକେଟ ଦିଆଯାଇଛି । ଗତକାଲି ବିଜେପି ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିଲା । ଆଜି ଅପରାହ୍ନରେ ବିଜେଡି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିଲା । ଏବେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି । ଏହି ଦୁଇ ଆସନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ । ଉଭୟ ଆସନ ପାଇଁ ନଭେମ୍ବର ୩ରେ ଭୋଟଗ୍ରହଣ କରାଯିବ । ନଭେମ୍ବର ୧୦ରେ ଫଳାଫଳ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ