Masthead

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ଯାନବାହାନ କ୍ଷେତ୍ରରେ ଥିବା ଫାଇନର ଓଟିଏସ ସ୍କିମକୁ ମଞ୍ଜୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଦୀର୍ଘବର୍ଷ ଧରି ପଡ଼ିରହିଥିବା ବକେୟା ମୋଟର ଯାନ ଟିକସ ଓ ଜୋରିମାନାକୁ ଛାଡ଼ କଲେ ସରକାର। ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଫଳରେ ଦୀର୍ଘଦିନ ଧରି ବକେୟା ମୋଟର ଯାନ ଟିକସ ଓ ଜୋରିମାନା ଦେଇନଥିବା ପ୍ରାୟ ୫୦ହଜାରରୁ ଅଧିକ ଗାଡ଼ି ମାଲିକ ଉପକୃତ ହେବେ । ଏହି ପ୍ରସ୍ତାବ ସମେତ ୮ଟି ବିଭାଗର ମୋଟ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ସମ୍ପର୍କରେ ସୂଚନା ଦେଇ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ମୋଟର ଯାନ ଟିକସ ଆଦାୟ ପାଇଁ ବାରମ୍ବାର ନୋଟିସ୍ ଓ ସ୍ୱତନ୍ତ୍ର ଅଭିଯାନ ସତ୍ତ୍ୱେ ୨୦୨୨ ମସିହାରେ ମାତ୍ର ୪୬୬୮ଜଣ ମାଲିକଙ୍କଠୁ ବକେୟା ଟିକସ ସଂଗ୍ରହ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ