ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ । 12 ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପୂର୍ତ୍ତ ବିଭାଗକୁ ନେଇ ଆସିପାରେ ନିଷ୍ପତି। ଶନିବାର ସଂଧ୍ୟା ୬ଟା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯାହା ମିଳିଥିବା ସୂଚନା ଅନୁସାରେ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍ରେ ମୋହର ଲାଗିପାରେ ।
