Masthead

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ହାଇଭୋଲଟେଜ ପ୍ରଚାର । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ । ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ । ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ ।

ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏଁ ଆସନରେ ହେବ ମତଦାନ । ସେହିପରି ଏହି ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା କ୍ଷେତ୍ର ଓ ଏହା ଅଧିନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ । ତେବେ ୪ ଲୋକସଭା କ୍ଷେତ୍ର ପାଇଁ ୩୯ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି ୪ ଲୋକସଭା କ୍ଷେତ୍ରରେ ୨୮ ବିଧାନସଭା ଆସନ ପାଇଁ ୨୬୬ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି